Masthead

ପୁଣି ଅଶାନ୍ତ ମଣିପୁର, ଅକ୍ଟୋବର ପହିଲା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ମଣିପୁର । ଅକ୍ଟୋବର ପହିଲା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ । ଦୁଇ ଜଣ ଶିକ୍ଷାର୍ଥୀଙ୍କ ମୃତଦେହର ଫଟୋ ଭାଇରାଲ ହେବା ପରେ ପୁଣି ଥରେ ଅଶାନ୍ତ ହୋଇପଡ଼ିଛି ମଣିପୁର । ଏଥିପାଇଁ ମଣିପୁରରେ ମୋବାଇଲ ଇଣ୍ଟରନେଟ ସେବାକୁ ବ୍ୟାନ କରି ଦିଆଯାଇଛି । ମାତ୍ର ୨ ଦିନ ତଳେ ମଣିପୁରରେ ଇଣ୍ଟରନେଟ ସେବା ସ୍ୱାଭାବିକ ହୋଇଥିଲା। ହେଲେ ପୁଣିଥରେ ଏହା ଉପରେ ଲଗାଯାଇଛି । ଅସ୍ଥାୟୀ ଭାବେ ମୋବାଇଲ ଇଣ୍ଟନନେଟ ସେବାକୁ ବନ୍ଦ କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଅକ୍ଟୋବର ୧ ତାରିଖ କାର୍ୟ୍ୟକାରୀ ହେବ। ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ମଣିପୁର ସ୍ଥିତି ବେହାଲ ହୋଇଥିଲା । ରାଜ୍ୟର ଜଣେ ଛାତ୍ର ଓ ଆଉ ଜଣେ ଛାତ୍ରୀଙ୍କୁ ଅପହରଣ କରିବା ପରେ ନିର୍ମମ ଭାବେ ହତ୍ୟା କରାଯାଇଛି । ଶିକ୍ଷାର୍ଥୀମାନେ ନ୍ୟାୟ ଦାବିରେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ବାସଭବନ ଆଡ଼କୁ ଶୋଭାଯାତ୍ରା କରିବାର ଥିଲା । କିନ୍ତୁ ସେମାନଙ୍କୁ ସୁରକ୍ଷାକର୍ମୀମାନେ ଅଟକାଇବାରୁ ସ୍ଥିତି ବେକାବୁ ହୋଇଥିଲା । ବିକ୍ଷୋଭକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ