Masthead

ମଣିପୁର ହିଂସା, ୩ ମୃତ

ମଣିପୁର (ବଡ଼ ଖବର ବ୍ୟୁରୋ): ଥମିବାର ନାଁ ନେଉନି ମଣିପୁର ହିଂସା । କିଛିଦିନର ନୀରବତା ପରେ ମଣିପୁରରେ ପୁଣି ଦେଖାଦେଇଛି ହିଂସାକାଣ୍ଡ । ଶୁକ୍ରବାର ହିଂସା ଯୋଗୁ ୩ ଜଣଙ୍କ ମୃତ୍ୟୁ ହୋଇଛି।ରାଜ୍ୟରେ ‌ମୋଟ ୧୦୫ ଜଣ ଲୋକ ମୃତ୍ୟୁବରଣ କରିବା ସହ ୪୦ ହଜାର ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। କୁକି ବହୁଳ କଙ୍ଗପୋକ୍‌ପି ଜିଲ୍ଲା ଏବଂ ମେଇତି ବହୁଳ ଇମ୍ଫାଲ ଇଷ୍ଟ ଜିଲା ସୀମାବର୍ତ୍ତୀ ଖୋକେନ ଗ୍ରାମରେ ହିଂସା ଉପୁଜି ୩ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଆହତ ହୋଇଛନ୍ତି।

ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ ୨ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି। ମଣିପୁର ହିଂସା ଘଟଣାରେ ସିବିଆଇ ଏକ ଏସଆଇଟି ଟିମ ଗଠନ କରିଛି । ଏହା ସହ ଘଟଣାରେ ୬ ଟି ମାମଲା ରୁଜୁ ହୋଇଥିବା ନେଇ ସିବିଆଇ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା