ମଣିପୁର ହିଂସା, ୩ ମୃତ

ମଣିପୁର (ବଡ଼ ଖବର ବ୍ୟୁରୋ): ଥମିବାର ନାଁ ନେଉନି ମଣିପୁର ହିଂସା । କିଛିଦିନର ନୀରବତା ପରେ ମଣିପୁରରେ ପୁଣି ଦେଖାଦେଇଛି ହିଂସାକାଣ୍ଡ । ଶୁକ୍ରବାର ହିଂସା ଯୋଗୁ ୩ ଜଣଙ୍କ ମୃତ୍ୟୁ ହୋଇଛି।ରାଜ୍ୟରେ ‌ମୋଟ ୧୦୫ ଜଣ ଲୋକ ମୃତ୍ୟୁବରଣ କରିବା ସହ ୪୦ ହଜାର ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। କୁକି ବହୁଳ କଙ୍ଗପୋକ୍‌ପି ଜିଲ୍ଲା ଏବଂ ମେଇତି ବହୁଳ ଇମ୍ଫାଲ ଇଷ୍ଟ ଜିଲା ସୀମାବର୍ତ୍ତୀ ଖୋକେନ ଗ୍ରାମରେ ହିଂସା ଉପୁଜି ୩ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ଆହତ ହୋଇଛନ୍ତି।

ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ ୨ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଛି। ମଣିପୁର ହିଂସା ଘଟଣାରେ ସିବିଆଇ ଏକ ଏସଆଇଟି ଟିମ ଗଠନ କରିଛି । ଏହା ସହ ଘଟଣାରେ ୬ ଟି ମାମଲା ରୁଜୁ ହୋଇଥିବା ନେଇ ସିବିଆଇ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’