Masthead

ମଣିପୁରରେ ପୁଣି ହିଂସା; ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୪ ମୃତ, ୫ ଜଣ ଆହତ

 

ମଣିପୁର(ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ହୋଇଛି ମଣିପୁର । ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ପୁଣି ଜଳିଲା ହିଂସା ଓ ଅଶାନ୍ତିର ନିଆଁ । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ପରେ ଦେଖାଦେଇଛି ଉତ୍ତେଜନା । ସୂଚନା ଅନୁସାରେ ସୋମବାର ପୁଣି ୪ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଥୌବଲ୍ ଜିଲ୍ଲାର ଲିଲୋଙ୍ଗ୍-ଚିଙ୍ଗଜାଓ ଅଞ୍ଚଳରେ କିଛି ଅଜଣା ଦୁର୍ବୃତ୍ତ ଆସି ଲୋକଙ୍କ ଉପରେ କରିଥିଲେ । ଏହି ଗୁଳିକାଣ୍ଡରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଏହାପରେ ଉତ୍ୟକ୍ତ ସ୍ଥାନୀୟ ଲୋକେ କିଛି ଯାନବାହାନରେ ନିଆଁ ଲଗାଇ ଦେଇଥିଲେ । ତେବେ ସ୍ଥିତି ନିୟନ୍ତ୍ରଣକୁ ଆଣିବା ପାଇଁ ମଣିପୁର ରାଜ୍ୟର ପାହାଡ଼ି ଜିଲ୍ଲା ଥୌବଲ, ଇମ୍ଫାଲ୍ ଇଷ୍ଟ ଓ ୱେଷ୍ଟ, କାକଚିଙ୍ଗ୍ ଏବଂ ବିଷ୍ଣୁପୁର ଜିଲ୍ଲାରେ ପୁଣି ଥରେ କର୍ଫ୍ୟୁ ଲାଗୁ ହୋଇଛି । ଏଥିସହ ଲୋକଙ୍କୁ ଶାନ୍ତି ରକ୍ଷା କରିବାକୁ ଅପିଲ୍ କରିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ୍. ବିରେନ ସିଂ । ଏହି ଘଟଣା ପରେ ଆକ୍ରମଣକାରୀଙ୍କୁ ପୋଳିସ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇନାହିଁ । ତେବେ ଗତବର୍ଷ ମେ ମାସ ଠାରୁ ମଣିପୁରରେ ସାମ୍ପ୍ରଦାୟିକ ହିଂସାକାଣ୍ଡରେ ୧୮୦ ଲୋକଙ୍କ ଜୀବନ ଗଲାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ