Masthead

ଆଜି ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂ

ମଣିପୁର (ବଡ଼ ଖବର ବ୍ୟୁରୋ): ଥମୁନି ମଣିପୁର ହିଂସା । ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂ । ଆଜି ଅପରାହ୍ଣ ୩ଟା ବେଳେ ସେ ମଣିପୁରର ରାଜ୍ୟପାଳ ଅନସୂୟା ୱିକେଙ୍କୁ ଭେଟି ଇସ୍ତଫା ପତ୍ର ଦେବେ ବୋଲି ସୂଚନା ରହିଛି । ଗତ କିଛିଦିନ ଭିତରେ ଦୁଇ ଜାତି ମଧ୍ୟରେ ହୋଇଥିବା ବିବାଦରୁ ଆରମ୍ଭ ହୋଇଥିବା ହିଂସା ଏବେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ହିଂସା ପାଇଁ ଶତାଧିକ ଲୋକଙ୍କ ଜୀବନ ଯାଇଥିବା ବେଳେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଛି ।

ବିପୁଳ ସଂଖ୍ୟାରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଥିଲେ ବି ହିଂସା ରୋକାଯାଇପାରୁନାହିଁ । ତେବେ ମଣିପୁର ହିଂସା ଥମୁନଥିବାରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାର ସମ୍ଭାବନା ରହିଛି । ଇସ୍ତଫା ଦିଅନ୍ତୁ ନଚେତ କେନ୍ଦ୍ର ହସ୍ତକ୍ଷେପ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବ ବୋଲି ମୁଖ୍ୟମନ୍ତ୍ରୀ ବୀରେନ୍‌ ସିଂହଙ୍କୁ ବିକଳ୍ପ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ