Masthead

ମଣିପୁରରେ ଇଣ୍ଟରନେଟ ସ୍ଥାପିତ, ଦୁଇ ନିଖୋଜ ଛାତ୍ରଙ୍କ ମୃତଦେହ ଭାଇରାଲ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ମଣିପୁରରେ ଆସ୍ତେ ଆସ୍ତେ ହିଂସା କମିବାରେ ଲାଗିଛି । କିଛି ଦିନ ପୂର୍ବରୁ ମଣିପୁରରେ ଇଣ୍ଟରନେଟ୍ ସେବା ପୁନଃସ୍ଥାପିତ ହୋଇଥିଲା। ଇଣ୍ଟରନେଟ ଆସିବା ପରେ ଜୁଲାଇ ମାସରେ ଦୁଇ ନିଖୋଜ ଛାତ୍ରଙ୍କ ମୃତଦେହର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ପ୍ରସଙ୍ଗରେ ତୁରନ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାର ନିଶ୍ଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ ମାମଲାର ତଦନ୍ତ ପୂର୍ବରୁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) କୁ ହସ୍ତାନ୍ତର କରାଯାଇଛି।

ଏହି ଦୁଇ ଛାତ୍ରଙ୍କ ନାମ ୧୭ ବର୍ଷିୟ ହିଜାମ ଲିନଥୋଙ୍ଗାମ୍ବି ଏବଂ ୨୦ ବର୍ଷୀୟ ଫିଜାମ ହେମଜିତ। ସୋମବାର ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ “ଜୁଲାଇ ୨୦୨୩ ପରଠାରୁ ନିଖୋଜ ଥିବା ଫିଜାମ ହେମଜିତ ଏବଂ ହିଜାମ ଲିଣ୍ଟୋଙ୍ଗାମ୍ବିଙ୍କ ଦୁଇ ଛାତ୍ରଙ୍କ ଫଟୋ ରାଜ୍ୟ ସରକାରଙ୍କ ନଜରକୁ ଆସିଛି। ଯାହା ସୋସିଆଲ୍ ମିଡିଆ ଭାଇରାଲ ହେଉଛି ।

ରାଜ୍ୟବାସୀଙ୍କ ଇଚ୍ଛା ଅନୁଯାୟୀ ଏହି ମାମଲା ସିବିଆଇକୁ ହସ୍ତାନ୍ତର କରାଯାଇଛି । ଏହି ବିବୃତ୍ତିରେ ଆହୁରି ମଧ୍ୟ କୁହାଯାଇଛି, “ମଣିପୁର ପୋଲିସ କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ସହଯୋଗରେ ଦୁଇ ଛାତ୍ରଙ୍କ ନିଖୋଜ ହେବା ଘଟଣାରେ ସକ୍ରିୟ ଅନୁସନ୍ଧାନ କରୁଛି ଏବଂ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅପରାଧୀଙ୍କୁ ଚିହ୍ନଟ କରୁଛି। ଏହା ବ୍ୟତୀତ ସୁରକ୍ଷା ବାହିନୀ ମଧ୍ୟ ଅପରାଧୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ