ମଣିପୁର ଲଜ୍ଜା, ୪ ଅଭିଯୁକ୍ତ ଗିରଫ

ଇମ୍ଫାଲ(ବଡ଼ ଖବର ବ୍ୟୁରୋ): ମୁଣ୍ଡ ତଳକୁ କରୁଛି ମଣିପୁର ଲଜ୍ଜା । ଏଭଳି ଘଟଣାରେ ପୁରା ଦେଶ ମର୍ମାହତ । ୨ମହିଳାଙ୍କ ସହ ପାଶବିକ ଅତ୍ୟାଚାର ଦେଖି ହତଭାଗ ସାରା ଦେଶ । ୨ ମହିଳାଙ୍କୁ ନିବସ୍ତ୍ର କରି ବୁଲାଇବା ଘଟଣାରେ ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଏନ.ବିରେନ୍ ସିଂ କହିଛନ୍ତି, ସବୁ ଦୋଷୀଙ୍କୁ ଧରିବାକୁ ପଦକ୍ଷେପ ନିଆଯାଉଛି। କେବଳ ସେତିକି ନୁହେଁ, ଦୋଷୀ ଯେପରି ମୃତ୍ୟୁଦଣ୍ଡ ପାଇବେ ସେଥିପାଇଁ ପଦକ୍ଷେପ ନେଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଅନୁସାରେ ମେ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ କିଛି ଲୋକ, ଦୁଇଜଣ ମହିଳାଙ୍କୁ ନିବସ୍ତ୍ର କରି ରାସ୍ତାରେ ଚଲାଇ ଚଲାଇ ନେବା ଏବଂ ଯୌନ ନିର୍ୟାତନା ଦେଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ସାରା ଦେଶରେ ତୀବ୍ର ବିରୋଧ ଦେଖିବାକୁ ମିଳିଛି । ସଂସଦରୁ ସଡ଼କ ସବୁଠି ଦେଖିବାକୁ ମିଳିଛି ବିରୋଧର ସ୍ୱର ।

ମୌସୁମୀ ଅଧିବେଶନର ପ୍ରଥମ ଦିନରେ ହିଁ, ମଣିପୁର ପ୍ରସଙ୍ଗକୁ ନେଇ ଉଭୟ ଗୃହରେ ତୁମ୍ବିତୋଫାନ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ଗୃହରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ଗୃହ ବାହାରେ ପ୍ରତିକ୍ରିୟା ରଖୁଥିବା ବେଳେ ଗୃହ ଭିତରେ କାହିଁକି ନିରବ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ