ମଣିପୁର ଲଜ୍ଜା ଘଟଣାର ତଦନ୍ତ କରିବ ସିବିଆଇ

ମଣିପୁର(ବଡ଼ ଖବର ବ୍ୟୁରୋ): ମଣିପୁରରେ ୨ ମହିଳାଙ୍କୁ ଉଲଗ୍ନ କରି ବୁଲାଯିବା ସହ ଅସଦାଚରଣ କରିବା ଘଟଣାରେ ତଦନ୍ତ କରିବ ସିବିଆଇ । ଗୃହ ମନ୍ତ୍ରାଳୟ ଏ ସଂକ୍ରାନ୍ତରେ ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଆଦିବାସୀ ଓ ଅଣଆଦିବାସୀ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ମଣିପୁରରେ ଦୁଇ ଜଣ ମହିଳାଙ୍କୁ ମେ’ ୪ ତାରିଖରେ ମୈତୈ ସଂପ୍ରଦାୟର ଲୋକ ବିଚ୍‌ ରାସ୍ତାରେ ନିବସ୍ତ୍ର କରି ଚଲାଇ ଚଲାଇ ନେଇଥିଲେ। ଏହାର ଭିଡିଓ ଜୁଲାଇ ୧୯ରେ ସାମ୍ନାକୁ ଆସିଥିଲା।

ଭିଡିଓ ଦେଖି ପୂରା ଦେଶ ଦୋହଲି ଯାଇଛି। ମଣିପୁର ମହିଳାଙ୍କ ଭାଇରାଲ ଭିଡିଓ ଯେଉଁ ମୋବାଇଲରୁ ହୋଇଥିଲା, ତାହାକୁ ଜବତ କରାଯାଇଛି ଏବଂ ଭିଡିଓ ଶୁଟିଂ କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ତେବେ ଏହି ଘଟଣା ଘଟିବା ପରେ ସଂସଦ ଠାରୁ ଆରମ୍ଭ ଗାଁ ଗାଁରେ ଏହି ଘଟଣା ବିରୋଧରେ ସ୍ୱର ଉଠିବାରେ ଲାଗିଛି। କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ମଧ୍ୟ ମଣିପୁର ପ୍ରସଙ୍ଗକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ