Masthead

ମନୀଷ ହତ୍ୟା ମାମଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନୀଷ ଅନୁରାଗ ହତ୍ୟା ମାମଲା । ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ଅନୁମତି ଦେଲେ ଜେଏମଏଫସି କୋର୍ଟ । କାଲିଠୁ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା । ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ଜେଏମଏଫସି କୋର୍ଟ । ସେପଟେ କୋର୍ଟରେ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ଅମ୍ରିତ ସିଂଙ୍କ ପାଇଁ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ ।

ଅନ୍ୟ ଦୁଇ ଅଭିଯୁକ୍ତଙ୍କ ପାଇଁ କେହି ଜାମିନ ଆବେଦନ କରିନଥିଲେ । କିନ୍ତୁ ଜେଏମଏଫସି କୋର୍ଟ ଅମ୍ରିତଙ୍କ ଜାମିନ୍ ଆବେଦନକୁ ଖାରଜ କରି ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ରିମାଣ୍ଡରେ ଆଣି ପଚରାଉଚୁରା କରିବା ପରେ ମନୀଷଙ୍କୁ କେମିତି ଓ କେଉଁଠି ମାରିଲେ ତାହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି