ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଖାରଜ । ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବଡ ଝଟକା ମିଳିଛି । ସିସୋଦିଆଙ୍କ ପକ୍ଷରୁ କରାଯାଇଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତିି କୋର୍ଟ । ରାଓଜ ଏଭିନ୍ୟୁ କୋର୍ଟର ସ୍ୱତନ୍ତ୍ର ବିଚାରପତି ଜଷ୍ଟିସ ଏମକେ ନାଗପାଲ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଏବେ ରାଓଜ ଏଭିନ୍ୟୁ କୋର୍ଟଙ୍କ ରାୟ ବିରୋଧରେ ସିସୋଦିଆ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିବେ ବୋଲି ଜଣାପଡିଛି ।

କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ ଜାମିନକୁ ବିରୋଧ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଇଡି ତରଫରୁ କୁହାଯାଇଥିଲା କି ଏବେ ଯାଂଚ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଂଚିଛି ତେଣୁ ଏହି ସମୟରେ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଗଲେ ଯାଂଚ ଉପରେ ପ୍ରଭାବ ପଡିପାରେ ବୋଲି ଇଡି ତରଫରୁ କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!