Masthead

୫ ଦିନିଆ ରିମାଣ୍ଡରେ ମନୀଷ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡରେ ମନୀଷ ସିସୋଦିଆ । ଆଜିଠୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି ସିବିଆଇ । ମଦ ନୀତି ଦୁର୍ନୀତି ମାମଲାକୁ ନେଇ ସିବିଆଇ ସିସୋଦିଆଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରିଥିଲା । ଏନେଇ ସୋମବାର ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟ ଶୁଣାଣି କରିଥିଲେ । ରବିବାର ସଂଧ୍ୟାରେ ଜେରା ପରେ ଦିଲ୍ଲା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ହାଜର ହୋଇଥିଲେ ମନୀଷ ସିସୋଦିଆ ।

ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଅବକାରୀ ନୀତି ମାମଲାରେ ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ୍ କରିଥିଲା ସିବିଆଇ । କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ । ଗତ ବର୍ଷ ଦିଲ୍ଲୀ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ । ଘଟଣାକୁ ନେଇ ଆମ ଆଦମୀ ପାର୍ଟି ପ୍ରତିକ୍ରିୟା ଦେଇଛି । ରାଜନୈତିକ ଚାପ ପାଇଁ ସିସୋଦିଆଙ୍କୁ ଗିରଫ କରିଛି ସିବିଆଇ । ସେପଟେ କଂଗ୍ରେସ କହିଛି ସରକାରୀ ତଦନ୍ତକାରୀ ସଂସ୍ଥାର ଦୁରୁପଯୋଗ କରୁଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା