Masthead

୫ ଦିନିଆ ରିମାଣ୍ଡରେ ମନୀଷ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡରେ ମନୀଷ ସିସୋଦିଆ । ଆଜିଠୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି ସିବିଆଇ । ମଦ ନୀତି ଦୁର୍ନୀତି ମାମଲାକୁ ନେଇ ସିବିଆଇ ସିସୋଦିଆଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରିଥିଲା । ଏନେଇ ସୋମବାର ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟ ଶୁଣାଣି କରିଥିଲେ । ରବିବାର ସଂଧ୍ୟାରେ ଜେରା ପରେ ଦିଲ୍ଲା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ହାଜର ହୋଇଥିଲେ ମନୀଷ ସିସୋଦିଆ ।

ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଅବକାରୀ ନୀତି ମାମଲାରେ ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ୍ କରିଥିଲା ସିବିଆଇ । କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ । ଗତ ବର୍ଷ ଦିଲ୍ଲୀ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ । ଘଟଣାକୁ ନେଇ ଆମ ଆଦମୀ ପାର୍ଟି ପ୍ରତିକ୍ରିୟା ଦେଇଛି । ରାଜନୈତିକ ଚାପ ପାଇଁ ସିସୋଦିଆଙ୍କୁ ଗିରଫ କରିଛି ସିବିଆଇ । ସେପଟେ କଂଗ୍ରେସ କହିଛି ସରକାରୀ ତଦନ୍ତକାରୀ ସଂସ୍ଥାର ଦୁରୁପଯୋଗ କରୁଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ