୧୪ ଦିନିଆ ହାଜତରେ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସରିଲା ମନୀଷ ସିସୋଦିଆଙ୍କ ରିମାଣ୍ଡ । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ସିସୋଦିଆ । ରାଉସ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଦୀର୍ଘ ୮ ଘଣ୍ଟିଆ ପଚରାଉଚରା ପରେ ସିସୋଦିଆକୁ ଫେବୃଆରୀ ୨୬ରେ ସିବିଆଇ ଗିରଫ କରିଥିଲା। ୨୭ ଫେବୃଆରୀରେ ତାଙ୍କୁ ରାଉସ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ପଚରାଉଚରା ପାଇଁ କୋର୍ଟ ସିସୋଡିଆଙ୍କୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ପଠାଇଥିଲେ।

ସେପଟେ ସିସୋଦିଆ ତାଙ୍କ ଜାମିନ ଆବେଦନ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହା ଶୁଣାଣି କରିବାକୁ ମନା କରିଦେଇଥିଲେ। ମାର୍ଚ୍ଚ ୪ରେ ସିସୋଦିଆ କୋର୍ଟରେ ହାଜର କରାଯାଇଥିଲା। ଜଜ ଏମ.କେ ନାଗପାଲ ତାଙ୍କୁ ଆଉ ଦୁଇ ଦିନ ସିବିଆଇ ହେପାଜତକୁ ପଠାଇଥିଲେ। ୨ ଦିନ ରିମାଣ୍ଡ ପରେ ଆଜି ସିସୋଦିଆ କୋର୍ଟରେ ହାଜର କରାଯାଇଥିଲା। ସୋମବାର ସିବିଆଇ ରିମାଣ୍ଡ ଶେଷ ହେବା ପରେ ସିସୋଦିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟକୁ ଅଣାଯାଇଥିଲା। କୋର୍ଟ ତାଙ୍କୁ ମାର୍ଚ୍ଚ ୨୦ ପର୍ୟ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!