Masthead

ପଦରୁ ଇସ୍ତଫା ଦେଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ନେତା ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଉଭୟଙ୍କ ଇସ୍ତଫା ପତ୍ରକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସ୍ବୀକାର କରିଥିବା ଜଣାପଡ଼ିଛି। ବର୍ତ୍ତମାନ ମନୀଷ ସିସୋଡିଆ ମଦ ନୀତି ଦୁର୍ନୀତି ମାମଲାରେ ଜେଲ୍‌ରେ ଥିବା ବେଳେ ସବିଆଇ ତାଙ୍କୁ ୫ଦିନିଆ ରିମାଣ୍ଡରେ ନେଇଛି। ଦୁର୍ନୀତି ମାମଲାରେ ପୂର୍ବରୁ ସତ୍ୟେନ୍ଦ୍ର ଜୈନ ଗିରଫ ହୋଇଥିଲେ ।

ଦିଲ୍ଲୀ ସରକାରରେ ମୋଟ୍ ୬ ଜଣ ମନ୍ତ୍ରୀ ଥିଲେ । କେଜ୍ରିୱାଲ କୌଣସି ବିଭାଗକୁ ନିଜ ପାଖରେ ରଖିନାହାନ୍ତି । ସିସୋଦିଆଙ୍କ ପାଖରେ ୧୮ଟି ବିଭାଗ ଥିଲା । ଏପରି ସ୍ଥିତିରେ ସିସୋଦିଆ ଜେଲରେ ରହିଥିବା ବେଳେ ସରକାର କିପରି ଚାଲିବ ତାହା କେଜ୍ରିୱାଲଙ୍କ ମୁଣ୍ଡ ବିନ୍ଧା ବଢାଇଥିଲା । ଏବେ ଦୁଇ ମନ୍ତ୍ରୀ ଇସ୍ତଫା ଦେବା ପରେ ଖୁବଶୀଘ୍ର ଦିଲ୍ଲୀ କ୍ୟାବିନେଟ୍ ସମ୍ପ୍ରସାରଣ ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ