Masthead

ଆଜି ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସିବିଆଇ ସମନ୍ । ଆଜି ସିବିଆଇରେ ହାଜର ହେବେ ମନୀଷ । କେନ୍ଦ୍ର ସରକାର ତାଙ୍କ ବିରୋଧରେ ସିବିଆଇ ଓ ଇଡିର ପୁରା ଶକ୍ତି ପ୍ରୟୋଗ କରୁଥିବା ସିସୋଦିଆ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ପୂର୍ବରୁ ସିବିଆଇ ତାଙ୍କ ଘର ରେଡ୍ କରିଛି । ବ୍ୟାଙ୍କ ଲକ୍କର ମଧ୍ୟ ଯାଞ୍ଚ୍ କରିଛି । ହେଲେ ଯାଞ୍ଚ କରିବା ସତ୍ତ୍ୱେ କିଛି ବି ପାଇନାହିଁ । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ଆଜି ହାଜର ହେବାକୁ ସମନ୍ କରିଛି । ଆଜି ଦିନ ୧୧ଟା ବେଳେ ସିସୋଦିଆ ଦିଲ୍ଲୀ ସିବିଆଇ ମୁଖ୍ୟାଳୟରେ ହାଜର ହେବେ । ଦିଲ୍ଲୀର ପିଲାଙ୍କ ପାଇଁ ଭଲ ଶିକ୍ଷା ବ୍ୟବସ୍ଥା କରୁଥିବା ବେଳେ ସେମାନେ ଏହା ଚାହୁଁ ନଥିବା କହିଛନ୍ତି ସୋସିଦିଆ । ତେବେ ତଦନ୍ତରେ ସେ ପୂର୍ବରୁ ସହଯୋଗ କରୁଥିଲେ ଏବଂ ଆଗକୁ ବି ସହଯୋଗ କରିବେ ବୋଲି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ