Masthead

ରିମାଣ୍ଡର ଶେଷ ଦିନ, କୋର୍ଟରେ ହାଜର ହେବେ ମନୀଷ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ନେଇ ଆଜି ଶୁଣାଣି ହେବ । ସୁପ୍ରିମକୋର୍ଟରୁ ନିରାଶ ହେବା ପରେ ରାଉଜ ଆଭେନ୍ୟୁ କୋର୍ଟରେ ଆବେଦନ କରିଥିଲେ । ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ନେତା ତଥା ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆଙ୍କ ରିମାଣ୍ଡର ଆଜି ଶେଷ ଦିନ । ଆଜି ଅପରାହ୍ନରେ ସିସୋଦିଆଙ୍କୁ କୋର୍ଟରେ ହାଜର କରାଯିବ । ଅଧିକ ପଚରାଉଚରା ପାଇଁ ସିବିଆଇ ଆଉ କିଛି ଦିନ ସିସୋଦିଆଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରିପାରେ ।

ସେପଟେ ଆଜି ସିସୋଦିଆଙ୍କ ଜାମିନ୍ ଆବେଦନ ଉପରେ ରାଉଜ ଆଭେନ୍ୟୁ କୋର୍ଟରେ ଶୁଣାଣି ହେବ । ମନୀଷ ସିସୋଦିଆଙ୍କ ପାଖରେ ଦିଲ୍ଲୀ ସରକାରରେ ଅର୍ଥ ମନ୍ତ୍ରାଳୟ ଠାରୁ ନେଇ ଶିକ୍ଷା ବିଭାଗ ଆଦି ଥିଲା । ସିବିଆଇ ଦ୍ୱାରା ଗିରଫ ହେବା ପରେ ସେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ଗିରଫଦାରୀର ଦିନକ ପରେ ସିସୋଦିଆ ସିବିଆଇର କାର୍ୟ୍ୟାନୁଷ୍ଠାନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହେଲେ କୋର୍ଟ ତାଙ୍କୁ ହାଇକୋର୍ଟ ଯିବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହା ପରେ ସିସୋଦିଆ ନିଜର ଆବେଦନ ପ୍ରତ୍ୟାହାର କରିଥିଲେ ଏବଂ ତଳ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ