Masthead

ରିମାଣ୍ଡର ଶେଷ ଦିନ, କୋର୍ଟରେ ହାଜର ହେବେ ମନୀଷ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ନେଇ ଆଜି ଶୁଣାଣି ହେବ । ସୁପ୍ରିମକୋର୍ଟରୁ ନିରାଶ ହେବା ପରେ ରାଉଜ ଆଭେନ୍ୟୁ କୋର୍ଟରେ ଆବେଦନ କରିଥିଲେ । ଦିଲ୍ଲୀ ଅବକାରୀ ନୀତି ମାମଲାରେ ଆମ୍ ଆଦମୀ ପାର୍ଟି ନେତା ତଥା ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆଙ୍କ ରିମାଣ୍ଡର ଆଜି ଶେଷ ଦିନ । ଆଜି ଅପରାହ୍ନରେ ସିସୋଦିଆଙ୍କୁ କୋର୍ଟରେ ହାଜର କରାଯିବ । ଅଧିକ ପଚରାଉଚରା ପାଇଁ ସିବିଆଇ ଆଉ କିଛି ଦିନ ସିସୋଦିଆଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରିପାରେ ।

ସେପଟେ ଆଜି ସିସୋଦିଆଙ୍କ ଜାମିନ୍ ଆବେଦନ ଉପରେ ରାଉଜ ଆଭେନ୍ୟୁ କୋର୍ଟରେ ଶୁଣାଣି ହେବ । ମନୀଷ ସିସୋଦିଆଙ୍କ ପାଖରେ ଦିଲ୍ଲୀ ସରକାରରେ ଅର୍ଥ ମନ୍ତ୍ରାଳୟ ଠାରୁ ନେଇ ଶିକ୍ଷା ବିଭାଗ ଆଦି ଥିଲା । ସିବିଆଇ ଦ୍ୱାରା ଗିରଫ ହେବା ପରେ ସେ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ଗିରଫଦାରୀର ଦିନକ ପରେ ସିସୋଦିଆ ସିବିଆଇର କାର୍ୟ୍ୟାନୁଷ୍ଠାନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହେଲେ କୋର୍ଟ ତାଙ୍କୁ ହାଇକୋର୍ଟ ଯିବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହା ପରେ ସିସୋଦିଆ ନିଜର ଆବେଦନ ପ୍ରତ୍ୟାହାର କରିଥିଲେ ଏବଂ ତଳ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ