Masthead

ଗିରଫ ବିରୋଧରେ ସୁପ୍ରିମକୋର୍ଟ ଗଲେ ମନୀଷ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ପାଞ୍ଚ ଦିନିଆ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି । ତାଙ୍କ ଓକିଲ ଅଭିଷେକ ମନୁ ସିଂଘବୀ ଗିରଫଦାରୀ ବିରୋଧରେ ଏବଂ ସିବିଆଇର କାର୍ୟ୍ୟାନୁଷ୍ଠାନ ବିରୋଧରେ ଏକ ପିଟିସନ ଦାଖଲ କରିଛନ୍ତି। ତୁରନ୍ତ ଏହି ମାମଲାର ଶୁଣାଣି ତ୍ୱରାନ୍ବିତ କରିବାକୁ ମନୀଷ ସିସୋଦିଆଙ୍କ ଓକିଲ କୋର୍ଟରେ ଆବେଦନ କରିବେ ବୋଲି ଜଣାପଡିଛି। ଖୁବ ଶୀଘ୍ର ପ୍ରଧାନ ବିଚାରପତିଙ୍କ ନିକଟରେ ଏହି ଆବେଦନ କରାଯିବ।

ମଦ ଦୁର୍ନୀତି ମାମଲାକୁ ନେଇ ସିବିଆଇ ସିସୋଦିଆଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରିଥିଲା । ଏନେଇ ସୋମବାର ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟ ଶୁଣାଣି କରିଥିଲେ । ରବିବାର ସଂଧ୍ୟାରେ ଜେରା ପରେ ଦିଲ୍ଲା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ହାଜର ହୋଇଥିଲେ ମନୀଷ ସିସୋଦିଆ । ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଅବକାରୀ ନୀତି ମାମଲାରେ ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ୍ କରିଥିଲା ସିବିଆଇ । କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ । ଗତ ବର୍ଷ ଦିଲ୍ଲୀ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ