ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆହୁରୀ ୧୪ ଦିନ ଜେଲରେ ରହିବେ ମନୀଷ ସିସୋଦିଆ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଅଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ଶୁଣାଣି ଥିବା ବେଳେ କୋର୍ଟ ଅହୁରି ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି । ଆଜି ସିସୋଦିଆଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କୁ ୧୭ ଏପ୍ରିଲ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କୁ ଫେବୃୟାରୀ ୨୬ରେ ସିବିଆଇ ଗିରଫ କରିଥିଲା।