Masthead

ଆଜି ବିଜେଡିରେ ମିଶିବେ ବିଧାୟକ ସୁର ରାଉତରାୟଙ୍କ ସାନପୁଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜେଡିରେ ମିଶିବେ ବିଧାୟକ ସୁର ରାଉତରାୟଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ । ପୁରୁଣା ଭୁବନେଶ୍ୱର ମାଉସୀ ମାଆ ଛକରୁ ସମର୍ଥକମାନଙ୍କୁ ଧରି ବିରାଟ ପଟୁଆରରେ ଯାଇ ଶଙ୍ଖ ଭବନରେ ବିଜେଡିରେ ମିଶିବେ ମନ୍ମଥ । ଦୀର୍ଘ ଦିନ ଧରି ମନ୍ମଥ କେଉଁ ଦଳକୁ ଯିବେ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷରେ ସେ ବିଜେଡି ସାମିଲ ହେଉଥିବା ଚର୍ଚ୍ଚା ହେଉଛି । କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଛାକୃତ ଭାବେ ଅବ୍ୟାହତି ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ ।

ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ସେ ସମୟରେ କଂଗ୍ରେସରୁ ଲଢିବେନି ବୋଲି ମନା କରିଥିଲେ ମନ୍ମଥ । ଏବେ ସେ ବିଧିବଦ୍ଧ ଭାବେ ନିଜ ସମର୍ଥକ ମାନଙ୍କୁ ଧରି ବିଜେଡିରେ ସାମିଲ ହେବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର