Masthead

ଆଜି ବିଜେଡିରେ ମିଶିବେ ବିଧାୟକ ସୁର ରାଉତରାୟଙ୍କ ସାନପୁଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜେଡିରେ ମିଶିବେ ବିଧାୟକ ସୁର ରାଉତରାୟଙ୍କ ସାନପୁଅ କ୍ୟାପଟେନ ମନ୍ମଥ ରାଉତରାୟ । ପୁରୁଣା ଭୁବନେଶ୍ୱର ମାଉସୀ ମାଆ ଛକରୁ ସମର୍ଥକମାନଙ୍କୁ ଧରି ବିରାଟ ପଟୁଆରରେ ଯାଇ ଶଙ୍ଖ ଭବନରେ ବିଜେଡିରେ ମିଶିବେ ମନ୍ମଥ । ଦୀର୍ଘ ଦିନ ଧରି ମନ୍ମଥ କେଉଁ ଦଳକୁ ଯିବେ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷରେ ସେ ବିଜେଡି ସାମିଲ ହେଉଥିବା ଚର୍ଚ୍ଚା ହେଉଛି । କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଛାକୃତ ଭାବେ ଅବ୍ୟାହତି ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ ।

ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ସେ ସମୟରେ କଂଗ୍ରେସରୁ ଲଢିବେନି ବୋଲି ମନା କରିଥିଲେ ମନ୍ମଥ । ଏବେ ସେ ବିଧିବଦ୍ଧ ଭାବେ ନିଜ ସମର୍ଥକ ମାନଙ୍କୁ ଧରି ବିଜେଡିରେ ସାମିଲ ହେବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ