Masthead

କିଏ ସମର୍ଥନ ଦେଲେ କ’ଣ ମନାକରିବୁ, କୌଣସି ମେଣ୍ଟ ହେବନି: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଶ୍ଵିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ନେଇ ବିଜେପିର ପ୍ରତିକ୍ରିୟା । ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଆମେ ଆମର ପ୍ରାର୍ଥୀ ଦେଇଛୁ । ଆମେ ମୁଖ୍ୟ ବିରୋଧୀ, ଆମେ ପ୍ରାର୍ଥୀ ଦେଲୁ । ଆଉ କାହାର ଲଢ଼ିବାର ଅଛି ଯଦି ଲଢନ୍ତୁ । କିଏ ସମର୍ଥନ ଦେଲେ ଆମେ କ’ଣ ମନାକରିବୁ । ବିଜେଡି ସୁପ୍ରିମୋକୁ ପଚାରନ୍ତୁ, ସେମାନେ କାହିଁକି ସମର୍ଥନ ଦେଲେ । କୌଣସି ମେଣ୍ଟ ହେବାର ନାହିଁ । ଏଥର ଓଡ଼ିଶାରେ ସରକାର ପରିବର୍ତ୍ତନ ହେବ ।

ବିଜେପି ଏକାକୀ ଲଢ଼ିବ । ସମର୍ଥନ କିଏ ଦବ ନ ଦବ, ମେଣ୍ଟ କଥା ସେଥିରେ କେଉଁଠୁ ଆସିଲା ? ସମର୍ଥନ ଆମେ ମାଗିନୁ, କିଏ ସମର୍ଥନ ଦେବ ଆମେ କଣ ମନା କରିବୁ । ସେମାନଙ୍କୁ ପଚାରନ୍ତୁ, ସେମାନେ କାହିଁକି ସମର୍ଥନ ଦେଲେ । ଆମେ ତ ସମର୍ଥନ ମାଗି ନାହୁଁ । କାହାରି ସମର୍ଥନ ଆମେ ଲୋଡ଼ିନୁ ବିଜେପି ଏକାକୀ ଲଢ଼ିବ । ଯଦି କାହାର ଲଢ଼ିବାର ଅଛି, ଆସନ୍ତାକାଲି ନୋମିନେସନ ଅଛି କର ଏବଂ ଲଢ଼ ।

ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱକୁ ବିଜେଡିର ସମର୍ଥନ ପରେ ନିର୍ବାଚନରେ କୌଣସି ପ୍ରଭାବ ପଡ଼ିବ ନାହିଁ । କର୍ମୀ ମୈଦାନକୁ ଓହ୍ଲାଇ ପଡିଲେଣି । ଲୋକେ ଚାହୁଁଛନ୍ତି ବିଜେପି ସରକାର କରିବ । କଂଗ୍ରେସ ସାର୍ଟିଫିକେଟରେ ଆମେ ବଞ୍ଚି ନାହୁଁ । କଂଗ୍ରେସର କୁ ଶାସନ ଏବଂ ଦୁର୍ନୀତିକୁ ବିରୋଧ କରି ୭୫ ବର୍ଷ ଧରି ବଞ୍ଚି ଆସିଛୁ । ଆମେ କଂଗ୍ରେସ ସହିତ କମ୍ପରମାଇଜ କରିନାହୁଁ । ଜନସଙ୍ଘ ଯିଏ କଂଗ୍ରେସ ସହିତ ବୁଝାମଣା କରିନାହୁଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର