Masthead

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା । ଲୋକସେବା ଭବନରେ ଦାୟିତ୍ୱ ନେଲେ ମନୋଜ ଆହୁଜା । ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଠାରୁ ଦାୟିତ୍ୱ ନେଲେ । ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସକ ଅଫିସର୍ ମନୋଜ ଆହୁଜା । ମନୋଜ ଆହୁଜା ଓଡ଼ିଶାରେ ଉପଜିଲ୍ଲାପାଳ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି।

ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ମନୋଜ ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ୟ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ