Masthead

ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ଶାସନ ସଚିବ । ଏବେ ମୁଖ୍ୟ ଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କୁ ଆସନ୍ତା ୩୦ ତାରିଖରେ ଅବସର ଲାଗି ସରକାର ଅନୁମତି ଦେଇଛନ୍ତି । ମନୋଜ ଆହୁଜା ହେବାକୁ ଯାଉଛନ୍ତି ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜା ହେଉଛନ୍ତି ୧୯୯୦ କ୍ୟାଡର ଆଇଏଏସ୍ ଅଧିକାରୀ । ସେ ଖୋର୍ଦ୍ଧାର ଜିଲ୍ଲାପାଳ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ । ୨୦୧୦ ମସିହାରେ ଖଣି ଓ ଇସ୍ପାତ ବିଭାଗର ସଚିବ, ୨୦୧୨ ଯୁବ ଓ କ୍ରୀଡ଼ା ସଚିବ, ୨୦୧୫ରେ ସମବାୟ ସଚିବ ଭାବେ କାର୍ୟ୍ୟ କରିସାରିଛନ୍ତି ।

୨୦୧୭ ଡିସେମ୍ବରରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ଏହାପରେ ସିବିଏସଇର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ । ଏମିତି କି, ନିକଟରେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ୟ୍ୟ କରୁଥିଲେ । ବିଭିନ୍ନ ବିଭାଗର ସଚିବ ଭାବେ କାର୍ୟ୍ୟ କରିବା ସହ ମନୋଜ ଆହୁଜାଙ୍କର ପ୍ରଶାସନିକ କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି । ମନୋଜଙ୍କୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିବା ବେଳେ ପ୍ରଦୀପ ଜେନା ଜୁନ ୩୦ ତାରିଖରେ ଅବସର ନେଉଛନ୍ତି ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ