Masthead

ପୁଣି ଲାଗିଲା ମାଓ ପୋଷ୍ଟର

ବାଲିଗୁଡା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ମାଓ ଅଧ୍ୟୁଷିତ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗୋଛାପଡା ରାସ୍ତାର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ସେହିପରି ଉକ୍ତ ରାସ୍ତାରେ ଘାଟି ସାହି, ମାଝୀପଡା,ଦରଘା ବାଲି ଆଦି ଅଞ୍ଚଳରେ ବହୁ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ଫଳରେ ସେହି ଗ୍ରାମର ଲୋକମାନେ ଭୟଭୀତ ହୋଇ ପଡିଛନ୍ତି। ପୋଷ୍ଟରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି, କେକେବିଏନ୍ ଡ଼ିଭିଜନର ସଚିବ ବିଜୟ ଲେଖାଯାଇଛି। ଫିରିଙ୍ଗିଆ ଥାନା ପୋଡ଼ି ଘଟଣାକୁ ମାଓ ସଂଗଠନ ସମର୍ଥକ କରିବା ସହ ପୋଲିସଓ ସରକାରଙ୍କ ଦମନ ମୂଳକ କାର୍ୟ୍ୟକଳାପକୁ ନିନ୍ଦା କରିଛି ସଙ୍ଗଠନ। ଗଞ୍ଜେଇ ଚାଷ ଏଠାକାର ଲୋକଙ୍କ ଆର୍ଥିକ ମାନଦଣ୍ଡକୁ ସୁଦୃଢ କରିଛି। ସରକାର ଗଞ୍ଜେଇ ଚାଷକୁ ଔଷଧ ତାଲିକା ଭୁକ୍ତ କରି ମାନ୍ୟତା ପ୍ରଦାନ କରୁ ନଚେତ୍ ବିକଳ୍ପ ଚାଷ ବ୍ୟବସ୍ଥାକରୁ ବୋଲି ପୋଷ୍ଟରରେ ଉଲ୍ଲେଖ ଅଛି।ଏହି ଦାବିରେ ମାଓ ସଂଗଠନ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ତେବେ ଏହି ବନ୍ଦ ଡାକରାର କୌଣସି ପ୍ରଭାବ ପଡିନଥିବା ଦେଖିବାକୁ ମିଳିଛି। ପୋଲିସ ପକ୍ଷରୁ ସତର୍କ ନଜର ରଖାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା