Masthead

ବିଜାପୁରରେ ପୁଣି ମାଓ ହିଂସା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ମୃତକଙ୍କ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ମଧ୍ୟ ଅଛନ୍ତି । ପାମେଡ ଥାନା ଅନ୍ତର୍ଗତ ଯମପୁରମ ଗାଁରେ ମାଓବାଦୀ ମାନେ ଏହି ହତ୍ୟାକାଣ୍ଡ କରିଛନ୍ତି ।

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନକ୍ସଲମାନେ ହତ୍ୟା କରିଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଗତକାଲି ରାତିରେ ୧୫ ରୁ ୨୦ ଜଣ ମାଓବାଦୀ ଯମପୁରମ ଗାଁରେ ପହଞ୍ଚି ଏହି ହତ୍ୟାକାଣ୍ଡ କରିଥିଲେ । ହିଂସା କାଣ୍ଡ କରିଥିବା ମାଓବାଦୀଙ୍କୁ ଉଚିତ୍ ଜବାବ ଦେବା ଲାଗି ଅପରେସନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ