Masthead

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ ପଞ୍ଚାୟତ ଓ କରୁକୁଡୁପା ପଞ୍ଚାୟତ ସୀମାନ୍ତ ନିକଟସ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ । ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ । ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସଓଜି ଯବାନମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ । ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ ।

କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ କିଛି ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗୁରୁତର ଆହତ ହୋଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି । ତେବେ ଏଯାବତ୍ କାହାର ମୃତାହତ ଖବର ସ୍ପଷ୍ଟ ହୋଇପାରିନାହିଁ । ସେପଟେ କିଛିଦିନର ନିରବତା ପରେ କନ୍ଧମାଳରେ ଲାଲ୍ ବାହିନୀ ପୁଣିଥରେ ନିଜର ସ୍ଥିତି ଜାହିର କରୁଛି । ଅନ୍ୟପଟେ ଏହି ଗୁଳିବିନିମୟ ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା