ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ମାଓ ହିଂସା ଥମିବାର ନାଁ ଧରୁନାହି। ସୁକୁମା ଜିଲ୍ଲା ଅନ୍ତର୍ଗତ ଏରାବୋର ଗାଁରେ ଥିବା ବିଏସଏନଲ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ଲାଲ୍ ବାହିନୀ। ପ୍ରାୟ ୧୫ ଜଣ ସଶସ୍ତ୍ର ନକ୍ସଲ ଏରାବୋର ଗାଁରେ ପହଞ୍ଚି ଟାୱାରକୁ ଧ୍ୱଂସ କରିବା ସହ ରାଜରାସ୍ତା ଉପରେ ପଥର ଓ ମାଓ ପୋଷ୍ଟର ରଖି ରାସ୍ତା ଅବରୋଧ କରିଥିଲେ। ତେବେ ଆଜି ସକାଳେ ସିଆରପିଏଫ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧ ହଟାଇଛନ୍ତି। ମାଲକାନଗିରି ଜିଲ୍ଲା ମୋଟୁ ସୀମାନ୍ତଠାରୁ ମାତ୍ର ଦୁଇ କିଲୋମିଟର ଦୂର ଜାତୀୟ ରାଜପଥ ଉପରେ ମାଓବାଦୀମାନେ ଏହି ହିଂସାକାଣ୍ଡ ଘଟାଇଛନ୍ତି। ଯାହାକୁ ନେଇ ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ମାଲକାନଗିରି ଏସପି କହିଛନ୍ତି।
Prev Post
Next Post
ଆଗକୁ ପଢନ୍ତୁ
