Masthead

ମାଓବାଦୀଙ୍କ ଲଙ୍କାକାଣ୍ଡ, ଜାଳିଦେଲେ କ୍ରସର

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ମୁନିଗୁଡା ନିକଟ ଦେଓପୁକୁଲିରେ ମାଓବାଦୀଙ୍କ ଲଙ୍କାକାଣ୍ଡ। ଜାଳିଦେବେ କ୍ରସର । ଗତକାଲି ବିଳମ୍ବିତ ରାତିରେ ୧୦ରୁ ଉର୍ଦ୍ଧ୍ବ ସଶସ୍ତ୍ର ମାଓବାଦୀ ମାନେ ମୁନିଗୁଡା ସହର ଠାରୁ ପ୍ରାୟ ୭ କିଲୋମିଟର ଦୂର ଦେଓପୁକୁଲିରେ ଥିବା କ୍ରସର ଭିତରକୁ ପଶିଆସି ଥିଲେ। କ୍ରସରର ଚାରିପଟେ ଘେରାବନ୍ଦି କରିବା ସହିତ ବନ୍ଧୁକ ମୁନରେ କର୍ମଚାରୀଙ୍କୁ ଗୋଟିଏ ପାଖକୁ କରି କ୍ରସରକୁ ନିଜ କବଜାକୁ ନେଇଗଲେ। ପରେ କ୍ରସରରେ ଡିଜେଲ ପକାଇ କ୍ରସରରେ ଥିବା ଦୁଇଟି ପ୍ରୋକ୍ଲିନ, ୫ଟି ହାଇୱା ଓ ୨ଟି ଲୋଡର ସମେତ ମୋଟ ୯ଟି ମେସିନରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି ମାଓବାଦୀ । କିଛିଦିନ ପରେ ମାଓବାଦୀ ସଙ୍ଗଠନ ପକ୍ଷରୁ ଏଭଳି କାଣ୍ଡ କୁ ନେଇ ଲୋକେ ଆତଙ୍କିତ ହୋଇ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ