ମାସ୍କ ନଥିଲା ବୋଲି ପବ୍ଲିକକୁ ନିସ୍ତୁକ ପିଟିଲା ପୋଲିସ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲାରେ ପୁଲିସର ମାସ୍କ ଚେକିଂ ନାଁରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ। ଜିଲ୍ଲାର ଆରଡି ଫାଣ୍ଡିରେ ପୁଲିସ ପକ୍ଷରୁ ଏହିପରି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦେଖିବାକୁ ମିଳିଛି। ଖବର ଅନୁଯାୟୀ ଧାମନଗର ବ୍ଳକ ବେତାଳିଗାଁ ଅଞ୍ଚଳର ଶୁଭରଞ୍ଜନ ମେକାପ ନାମକ ଜଣେ ଯୁବକ ଆରଡି ମନ୍ଦିର ଦର୍ଶନ ପାଇଁ ଯାଇଥିବାବେଳେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ପୋଲିସ ତାଙ୍କୁ ମାଡ ମାରି ଫାଣ୍ଡିରେ ଅଟକ ରଖିଥିଲେ।

ଫାଣ୍ଡି ମଧ୍ୟରେ ଯୁକ୍ତିତର୍କ ଭିତରେ ମୋବାଇଲ ବାହାର କରିବାରୁ ହଠାତ୍ ୫ ରୁ ୬ ଜଣ ପୋଲିସ ଅଧିକାରୀ ତାଙ୍କ ଉପରକୁ ଆକ୍ରମଣ କରି ମୋବାଇଲ୍ ଛଡାଇବା ସହ ତଳେ ପକାଇ ମାଡ ମାରିଥିଲେ ବୋଲି ଜଣାପଡିଛି। ତେବେ ଆକ୍ରମଣ କରିଥିବା ପୁଲିସ କର୍ମଚାରୀ ମାନେ ନାକ ଓ ପାଟି ତଳକୁ ମାସ୍କ ଖସାଇ ପିନ୍ଧିବା ସହ ଜଣେ ପୁଲିସ କର୍ମଚାରୀ କେବଳ ଗାମୁଛା ଏବଂ ଗଞ୍ଜି ପିନ୍ଧି ଆକ୍ରମଣ କରିଥିଲେ ବୋଲି ଜଣାପଡିଛି। ଯାହାକି କୋଭିଡ କଟକଣା ଓ ଆଇନ ର ଖୁଲମଖୁଲା ଉଲଂଘନ।

ଏଥିସହ ଆକ୍ରମଣ କରିବା ପରେ ସଙ୍ଗୀନ ଦଫା ଲଗାଇ ପୁଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ହେଲେ ଏନେଇ ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ