Masthead

ମନ୍ତ୍ରୀଙ୍କ ପିଏସ ଘରୁ ମିଳିଲାଣି ୨୦ କୋଟି, ଆହୁରି ମଳିବା ସମ୍ଭାବନା

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅର୍ଥ ହେରଫେର ସମ୍ପର୍କରେ ପ୍ରାୟ ୬ ଟି ସ୍ଥାନରେ ଚଢାଉ କରିଥିଲା। ଏହି ଚଢାଉ ବୀରେନ୍ଦ୍ର ରାମ ମାମଲାରେ ଝାଡଖଣ୍ଡ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଆଲାମଗିର ଆଲାମଙ୍କ ପିଏସ ସଞ୍ଜୀବ ଲାଲଙ୍କ ସହଯୋଗୀଙ୍କ ଘରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯାଇଛି।

ଝାଡ଼ଖଣ୍ଡ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲଙ୍କ ସହଯୋଗୀଙ୍କ ଘରୁ ନଗଦ ୨୦ କୋଟି ଟଙ୍କା ଜବତ କରିଛି। ଘଟଣାସ୍ଥଳରେ ନୋଟ୍ ଗଣତି ପାଇଁ ତଦନ୍ତକାରୀ ସଂସ୍ଥା ଇଡି ଅନେକ ମେସିନ୍ ବ୍ୟବହାର କରୁଛି । ୨୦୨୩ରେ ମଧ୍ୟ ଗ୍ରାମୀଣ ବିକାଶ ବିଭାଗର ମୁଖ୍ୟ ଅଧିକାରୀ ବୀରେନ୍ଦ୍ର କେ ରମନଙ୍କ ଘରୁ ଟଙ୍କା ଜବତ ହୋଇଥିଲା । ତାଙ୍କୁ ଗିରଫ ମଧ୍ୟ କରାଯାଇଥିଲା । ଏହା କଳାଧନ ବୋଲି ଇଡି କହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ