Masthead

ଜଳିଗଲା ୧ନଂ ହାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ଵର ୧ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ପ୍ରାୟ ୫୦ ଦୋକାନ। ୩ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲେ ୧୩ଟି ଦମକଳ ବାହିନୀ। ଜଳିପୋଡ଼ି ଛାରଖାର ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଚାରିଆଡ଼େ ବ୍ୟାପି ଯାଇଥିବା ସୂଚନା ମିଳିଛି। ବିଏମସି ମେୟର ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି। ଅଧିକ ପ୍ଲାଷ୍ଟିକ୍ ବ୍ୟବହାର କରିବାରୁ ବାରମ୍ଵାର ନିଆଁ ଲାଗୁଥିବା ସୁଲୋଚନା ଦାସ କହିଛନ୍ତି। ମେୟର କହିଛନ୍ତି ଯେ, ଦୋକାନୀଙ୍କୁ ବାରମ୍ଵାର ସଚେତନ କରାଯାଉଥିବା ସତ୍ତ୍ଵେ ଶୁଣୁନଥିଲେ କି ଏସଓପି ପାଳନ କରୁନଥିଲେ।

 ବାରମ୍ଵାର ଜବରଦଖଲ ଉଚ୍ଛେଦ କରୁଥିଲେ ବି ମାନୁନଥିଲେ। ଏନଫୋର୍ସମେଣ୍ଟ ସ୍କ୍ଵାଡ୍ ମଧ୍ୟ ସଚେତନ କରୁଥିଲେ। ବ୍ୟବସାୟୀମାନେ ଅସୁରକ୍ଷିତ ଭାବେ ମନଇଚ୍ଛା ବିଦ୍ୟୁତ ତାର ଟାଣୁଥିଲେ। ପ୍ରଥମେ କ୍ୟାପିଟାଲ୍ ଥାନା ପାଖ ଏକ ମୂର୍ତ୍ତି ଦୋକାନରେ ନିଆଁ ଲାଗି ଥିବା କୁହାଯାଉଛି। ଏହାପରେ ନିକଟରେ ଥିବା ଏକ ସ୍କୁଟିରେ ନିଆଁ ଲାଗି ଯାଇଥିଲା। ପରେ ପରେ ପାଖରେ ଥିବା ଗୋଟିଏ ଦୋକାନରେ ନିଆଁ ଲାଗିଥିଲା । ଦୋକାନରେ ଗ୍ୟାସ ଟାଙ୍କି ଥିବାରୁ ନିଆଁରେ ଗ୍ୟାସ୍ ଟାଙ୍କି ମଧ୍ୟ ଫାଟି ଯାଇଥିଲା।ତାସହିତ ପାଖରେ ପ୍ଲାଷ୍ଟିକ ଦୋକାନ ଥିବାରୁ ନିଆଁ ଲିଭିବାକୁ ସମୟ ଲାଗିଥିଲା। ରାତି ପ୍ରାୟ ଗୋଟାଏ ୪୫ ପାଖାପାଖି ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ଆସିଥିଲା।  ନିଆଁକୁ ଆୟତ୍ତ କରିବାକୁ ୧୩ଟି ଦମକଳ, ରବୋଟିକ ମନିଟର, ଷ୍ଟ୍ରାଇକିଂ ଫାୟାର ଫୋର୍ସ ବ୍ୟବହାର ହୋଇଥିଲା।

ତାସହିତ ୭୦ଜଣ ଅଗ୍ନିଶମ କର୍ମଚାରୀ, ୧୦ଜଣ ଅଗ୍ନିଶମ ଅଧିକାରୀ ନିୟୋଜିତ ହୋଇଥିଲେ। ଦୀର୍ଘ ୩ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁ ଆୟତ୍ତ ହୋଇଥିଲା। ନିଆଁ ଲାଗିଥିବା ଦୋକାନ ପଛ ପଟେ ପାର୍କିଂ ଥିବାରୁ ନିଆଁ ଅଧିକ ବ୍ୟାପି ନଥିଲା। ତେବେ ନିଆଁ ପ୍ରକୃତରେ କେମିତି ଲାଗିଲା ତାର ତନାଘନା ଆରମ୍ଭ ହୋଇଛି। ସେପଟେ  ୧ ନମ୍ବର ହାଟ ଅନୁଧ୍ୟାନ କଲେ ବିଏମସି କମିଶନର । ଚଞ୍ଚଳ ରଣାଙ୍କ କହିଛନ୍ତି ପ୍ଲାଷ୍ଟିକ ବହୁଳ ମାତ୍ରରେ ବ୍ୟବହାର କରୁଛନ୍ତି କିଛି ବ୍ୟବସାୟୀ । ପାଲ ପକାଇ ରାସ୍ତାକୁ ସଙ୍କୁଚିତ କରିଦେଇଛନ୍ତି କିଛି ବ୍ୟବସାୟୀ । ଅଗ୍ନି ନିର୍ବାପକ ବ୍ୟବସ୍ଥା ପାଇଁ ଏସଆରସି ପକ୍ଷରୁ ସ୍ୱୀକୃତି ମିଳିଛି । ଏନେଇ ଡିପିଆର ପ୍ରସ୍ତୁତ କରାଯାଇ ଏସଆରସିଙ୍କୁ ଦିଆଯାଇଥିଲା । ପ୍ରାୟ ୨୦ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼