Masthead

ଆଜିଠୁ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ଖାତା ଦେଖା । ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ ।ଖାତା ଦେଖା ପାଇଁ ୧୫ ହଜାରରୁ ଅଧିକ ଶିକ୍ଷକ ନିୟୋଜିତ । ଖାତା ଦେଖା ପାଇଁ ବୋର୍ଡ ପକ୍ଷରୁ ମୁଖ୍ୟ ପରୀକ୍ଷକ, ଡେପୁଟି ମୁଖ୍ୟ ପରୀକ୍ଷକ ଓ ପରୀକ୍ଷକମାନଙ୍କ ପ୍ରଶିକ୍ଷଣ କରାଯାଇଛି । ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରରେ ସର୍ବନିମ୍ନ ୯ଟି ୟୁନିଟ୍ ଏବଂ ସର୍ବାଧିକ ୧୩ଟି ୟୁନିଟ୍ ରହିଛି । ପ୍ରତି ୟୁନିଟରେ ୨୫ଜଣ ଶିକ୍ଷକଙ୍କୁ ଖାତା ଦେଖା ଲାଗି ନିୟୋଜିତ କରାଯାଇଛି ।

ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂରା ପ୍ରସ୍ତୁତି କରାଯାଇଛି । ସବଜେକ୍ଟିଭ୍ ଉତ୍ତର ଗୁଡ଼ିକର ମୂଲ୍ୟାୟନ ୧୪ ଦିନ ଭିତରେ ସରିବ । ସାଧାରଣ ବିଜ୍ଞାନ ଓ ସାମାଜିକ ବିଜ୍ଞାନ ସବଜେକ୍ଟିଭ ଖାତା ଦେଖା ପାଇଁ ଗୋଟିଏ ୟୁନିଟରେ ୨୪ ଜଣ ପରୀକ୍ଷକ ରହିଥିବା ବେଳେ ଇଂରାଜୀ, ଗଣିତ, ହିନ୍ଦୀ, ସଂସ୍କୃତ, ଓଡ଼ିଆ ଭାଷା ବିଷୟ ପାଇଁ ପ୍ରତି ୟୁନିଟରେ ୨୦ଜଣ ଲେଖାଏଁ ପରୀକ୍ଷକ ରହିଛନ୍ତି ।

ସୂଚନା ଅନୁସାରେ, ଗତ ଫେବୃଆରୀ ୨୦ ତାରିଖରୁ ମାଟ୍ରିକ୍ ଆରମ୍ଭ ହୋଇଥିବା ବେଳେ ୪ ତାରିଖରେ ଶେଷ ହୋଇଥିଲା । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୫୧ହଜାର ୬୧୧ ଜଣ ଛାତ୍ରଛାତ୍ରୀ ନାମ ପଂଜୀକରଣ କରିଛନ୍ତି । ଖାଲି ମାଟ୍ରିକ ନୁହେଁ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ