Masthead

ଆଜିଠୁ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ଖାତା ଦେଖା । ୫୫ଟି କେନ୍ଦ୍ରରେ ଖାତା ଦେଖା ହେବ ।ଖାତା ଦେଖା ପାଇଁ ୧୫ ହଜାରରୁ ଅଧିକ ଶିକ୍ଷକ ନିୟୋଜିତ । ଖାତା ଦେଖା ପାଇଁ ବୋର୍ଡ ପକ୍ଷରୁ ମୁଖ୍ୟ ପରୀକ୍ଷକ, ଡେପୁଟି ମୁଖ୍ୟ ପରୀକ୍ଷକ ଓ ପରୀକ୍ଷକମାନଙ୍କ ପ୍ରଶିକ୍ଷଣ କରାଯାଇଛି । ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରରେ ସର୍ବନିମ୍ନ ୯ଟି ୟୁନିଟ୍ ଏବଂ ସର୍ବାଧିକ ୧୩ଟି ୟୁନିଟ୍ ରହିଛି । ପ୍ରତି ୟୁନିଟରେ ୨୫ଜଣ ଶିକ୍ଷକଙ୍କୁ ଖାତା ଦେଖା ଲାଗି ନିୟୋଜିତ କରାଯାଇଛି ।

ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂରା ପ୍ରସ୍ତୁତି କରାଯାଇଛି । ସବଜେକ୍ଟିଭ୍ ଉତ୍ତର ଗୁଡ଼ିକର ମୂଲ୍ୟାୟନ ୧୪ ଦିନ ଭିତରେ ସରିବ । ସାଧାରଣ ବିଜ୍ଞାନ ଓ ସାମାଜିକ ବିଜ୍ଞାନ ସବଜେକ୍ଟିଭ ଖାତା ଦେଖା ପାଇଁ ଗୋଟିଏ ୟୁନିଟରେ ୨୪ ଜଣ ପରୀକ୍ଷକ ରହିଥିବା ବେଳେ ଇଂରାଜୀ, ଗଣିତ, ହିନ୍ଦୀ, ସଂସ୍କୃତ, ଓଡ଼ିଆ ଭାଷା ବିଷୟ ପାଇଁ ପ୍ରତି ୟୁନିଟରେ ୨୦ଜଣ ଲେଖାଏଁ ପରୀକ୍ଷକ ରହିଛନ୍ତି ।

ସୂଚନା ଅନୁସାରେ, ଗତ ଫେବୃଆରୀ ୨୦ ତାରିଖରୁ ମାଟ୍ରିକ୍ ଆରମ୍ଭ ହୋଇଥିବା ବେଳେ ୪ ତାରିଖରେ ଶେଷ ହୋଇଥିଲା । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୫୧ହଜାର ୬୧୧ ଜଣ ଛାତ୍ରଛାତ୍ରୀ ନାମ ପଂଜୀକରଣ କରିଛନ୍ତି । ଖାଲି ମାଟ୍ରିକ ନୁହେଁ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା