Masthead

କାଳ ହେଲା ହୋଲି ଖେଳ

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): କାଳ ହେଲା ହୋଲି ଖେଳ । ହୋଲି ଖେଳ ପରେ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଛି ଅଘଟଣର ଖବର । ସୁବର୍ଣ୍ଣପୁର ନଦୀରେ ବୁଡି ଦଶମ ଶ୍ରେଣୀର ଜଣେ ଛାତ୍ର ମୃତ୍ୟୁବରଣ କରିଛନ୍ତି । ଏଭଳି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମୃତକ ୧୦ମ ଶ୍ରେଣୀ ଛାତ୍ର ହେଲେ ସୁମିତ୍ ମେହେର । ଆଜି ଛାତ୍ର ଜଣକ ହୋଲି ଖେଳି ସରିବା ପରେ ସମ୍ପର୍କୀୟ ସହିତ ସୋନପୁର ମହାନଦୀ ବ୍ରିଜ ତଳଘାଟକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ପାଣି ସ୍ରୋତରେ ଭାସି ଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ସୋନପୁର ଡାକ୍ତରଖାନାକୁ ଆଣିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଛାତ୍ର ଜଣକ ସ୍ଥାନୀୟ ଏକ ପୁବ୍ଲିକ ସ୍କୁଲର ଛାତ୍ର ଥିଲେ । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଅନ୍ୟପଟେ ଆଠଗଡ ନରସିଂହପୁର ବ୍ଲକ ମାଙ୍କଡଭୂଇଁଆ ମହାନଦୀ ଘାଟରେ ମଧ୍ୟ ଅଘଟଣ ଘଟିଛି । ନଦୀରେ ଗାଧୋଉଥିବାବେଳେ ୨ ଯୁବକ ନିଖୋଜ ହୋଇଯାଇଥିଲେ । ଏହାପରେ ସେମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ ମଧ୍ୟ ସେମାନଙ୍କ ଭିତରୁ ଜଣେ ଗୁରୁତର ଥିବା ଜଣାପଡିଛି । ସେହିପରି ସମ୍ବଲପୁର ଶାସନ ଥାନା ପରମାଣପୁରରେ ଗୋଟିଏ ଟ୍ରଲରକୁ ପଛପଟୁ ବାଇକ୍ ପିଟିଦେଇଛି । ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ