ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ

କଟକ (ବଡ଼ ଖବର ବ୍ୟୁରୋ): ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ । ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ । ଏଥିପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କାର୍ଯ୍ୟ ପ୍ରକାଶ ପାଇଛି। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟାରେ ସରିବ। ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ରହିବ । ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶି‌ଷ୍ଟ ୩୦ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ। ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳବ ।

ସେହିପରି ମଧ୍ୟମା(ସଂସ୍କୃତ‌ ଟୋଲ) ପରୀକ୍ଷା କାର୍ଯ୍ୟସୂଚୀ ଅନୁସାରେ, ମାର୍ଚ୍ଚ ୧୦ରେ ପେପର-୪(ଓଡ଼ିଆ), ମାର୍ଚ୍ଚ ୧୩ରେ ପେପର-୮(ଇଂରାଜୀ), ମାର୍ଚ୍ଚ ୧୪ ତାରିଖରେ ପେପର-୨(ସଂସ୍କୃତ ସାହିତ୍ୟମ୍‌), ମାର୍ଚ୍ଚ ୧୫ରେ ପେପର-୧(ସଂସ୍କୃତ ବ୍ୟାକରଣ ଓ ଦର୍ଶନ), ମାର୍ଚ୍ଚ ୧୬ରେ ପେପର-୬(ସାଧାରଣ ବିଜ୍ଞାନ), ମାର୍ଚ୍ଚ ୧୭ରେ ପେପର-୩ (ପ୍ରୟୋଗାତ୍ମକ ସଂସ୍କୃତ), ମାର୍ଚ୍ଚ ୧୮ ତାରିଖରେ ପେପର-୭ (ସାମାଜିକ ବିଜ୍ଞାନ) ଓ ମାର୍ଚ୍ଚ ୨୦ ତାରିଖ ପେପର-୫(ଗଣିତ) ପରୀକ୍ଷା କରାଯିବାକୁ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମଧ୍ୟମାରେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇଂରାଜୀ ବିଷୟ ପରୀକ୍ଷାରେ ୩୦ ନମ୍ବର ସବ୍‌ଜେକ୍ଟିଭ୍ ଓ ୩୦ ନମ୍ବର ଅବ୍‌ଜେକ୍ଟିଭ୍ ଏହିପରି ମୋଟ ୬୦ ନମ୍ବର ପରୀକ୍ଷା ହେବ। ଅନ୍ୟ ବିଷୟରେ ୩୦ ମାର୍ଚ୍ଚ ସବ୍‌ଜେକ୍ଟିଭ୍ ଓ ୫୦ ନମ୍ବର ଅବ୍‌ଜେକ୍ଟିଭ୍ ପରୀକ୍ଷା କରାଯିବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’