Masthead

ମ୍ୟାଟ୍ରିକ ପରୀକ୍ଷା ତ୍ରୁଟି ଧରାଇଲା ଏଆଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାହାକୁ ବି ଛାଡ଼ୁନି ଏଆଇ । ଖୋଜି ଖୋଜି ବାହାର କରୁଛି ତ୍ରୁଟି । ମାଟ୍ରିକ ପରୀକ୍ଷା ଇଂରାଜୀ ବିଷୟରେ ପରୀକ୍ଷା ବେଳେ ବିଭ୍ରାଟ ଓ ତ୍ରୁଟି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଏଆଇ ଦ୍ୱାରା ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ହୋଇଥିବା ବିଭ୍ରାଟ ସାମ୍ନାକୁ ଆସିଛି । ଧରାପଡ଼ିଲା ୭ଟି ସ୍କୁଲର ପରୀକ୍ଷା କେନ୍ଦ୍ରର ବିଭ୍ରାଟ । ଭଦ୍ରକ, ଯାଜପୁର, କେନ୍ଦୁଝର, ଗଜପତି, ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ଦେଖିବାକୁ ମିଳିଛି ।

ଗତକାଲି ଇଂରାଜୀ ପରୀକ୍ଷା ଥିବା ବେଳେ ତ୍ରୁଟି ଧରିଛି ଏଆଇ । ଫଳରେ କେନ୍ଦୁଝର ସାହରପଡ଼ା ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ବଦଳିଛନ୍ତି । ବୋର୍ଡ ନିର୍ଦ୍ଦେଶରେ ବଦଳିଥିବା କହିଲେ ଜିଲ୍ଲା ଶିକ୍ଷାଧିକାରୀ । ଭଦ୍ରକ ମଦନ ମୋହନଜୀଉ ନୋଡାଲ ହାଇସ୍କୁଲରେ ନିର୍ଦ୍ଧାରିତ ସମୟ ପୂର୍ବରୁ ପ୍ରଶ୍ନପତ୍ର ଖୋଲାଯାଇଛି । ଯାଜପୁର ଗୋବିନ୍ଦଚନ୍ଦ୍ର ହାଇସ୍କୁଲରୁ ମଧ୍ୟ ସମାନ ଅଭିଯୋଗ ଆସିଛି । ସେହିପରି କେନ୍ଦୁଝର ହାଟଡିହି ହାଇସ୍କୁଲର ୫ ନମ୍ବର ରୁମରେ ପରୀକ୍ଷାର୍ଥୀ ଏପଟ ସେପଟ ବୁଲୁଥିବା ଓ ନିଜ ନିଜ ମଧ୍ୟରେ କଥା ହେଉଥିବା ଦେଖିବାକୁ ମିଳିଥିଲା । ଭଦ୍ରକ ବନ୍ଧଗାଁରେ ପ୍ରଶ୍ନପତ୍ର ଗୁଡ଼ିକୁ ଲୁହା ବାକ୍ସରେ ରଖାଯାଇନଥିଲା ।

ପ୍ରଶ୍ନପତ୍ର ଖୋଲା ହେବା ପର୍ଯ୍ୟନ୍ତ ପ୍ୟାକେଟ ଗୁଡ଼ିକ ବାହାରେ ରହିଥିଲା । ଯାଜପୁରର ପଲାଇ ହାଇସ୍କୁଲରେ ପରୀକ୍ଷାର୍ଥୀମାନେ ପାଖରେ କିଛି ସନ୍ଦେହଜନକ ସାମଗ୍ରୀ ରଖିଥିବା ଦେଖିବାକୁ ମିଳିଛି । ସେହିପରି ଆର. ଉଦୟଗିରି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ନବରଙ୍ଗପୁର ଡାବୁଗାଁ ପରୀକ୍ଷା କେନ୍ଦ୍ରରେ ମଧ୍ୟ ବିଭ୍ରାଟ ଧରିଛି ଏଆଇ । ଅନ୍ୟପଟେ ଏଆଇ, ଲାଇଭ୍ ବ୍ୟବସ୍ଥା, ସିସି କ୍ୟାମେରା ଭଳି ଅତ୍ୟାଧୁନିକ ବ୍ୟବସ୍ଥା ସତ୍ତେ୍ୱ ମାଟ୍ରିକ୍ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପରୀକ୍ଷା ଆରମ୍ଭ ପୂର୍ବରୁ ଏଭଳି ପ୍ରଶ୍ନପତ୍ର ବୁଲିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ