Masthead

୫ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୧୦ ତାରିଖରୁ ଓଡ଼ିଶାରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି ଶେଷ ହୋଇଛି । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଘଣ୍ଟାଏ ଆଗରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରାମର୍ଶ ଦିଆଯାଇଛି । ୩ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି ।

ସେହିପରି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି । ପରିକ୍ଷା କେନ୍ଦ୍ରର ଶିକ୍ଷକ ଶିକ୍ଷୟିତ୍ରୀମାନେ ମୋବାଇଲ ଫୋନ ସୁଇଚ୍ ଅଫ୍ କରି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ରଖିବା ପାଇଁ କୁହାଯାଇଛି । ମୋଟ ୩୧୬ଟି ନୋଡାଲ ସେଣ୍ଟରରେ ପ୍ରଶ୍ନ ପତ୍ର ପହଞ୍ଚି ସାରିଛି । ଯେଉଁଦିନ ପରୀକ୍ଷା ସେହି ଦିନ ସକାଳ ୬ରୁ ୭ଟା ମଧ୍ୟରେ ହିଁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ । ପୋଲିସ ଏସ୍କର୍ଟରେ ପହଞ୍ଚିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ