Masthead

ଖୁବଶୀଘ୍ର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ବର୍ତ୍ତମାନ ସୁଦ୍ଧା ପରୀକ୍ଷା ଫଳ ବାହାରିବା ନେଇ କୌଣସି ତାରିଖ ଧାର୍ଯ୍ୟ ହୋଇନାହିଁ । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ସୂଚନା ଅନୁସାରେ, ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ