Masthead

ମ୍ୟାଟ୍ରିକ ପରୀକ୍ଷା ଚାପରେ ଆତ୍ମହତ୍ୟା

ଯାଜପୁର (ବଡ଼ ଖବର ବ୍ୟୁରୋ): ମ୍ୟାଟ୍ରିକ ପରୀକ୍ଷା ଚାପରେ ଆତ୍ମହତ୍ୟା କଲେ ପରୀକ୍ଷାର୍ଥୀ। ଏଭଳି ଅଭାଵନୀୟ ଘଟଣା ଘଟିଛି ଯାଜପୁର ଥାନା ଦଶରଥପୁର ବ୍ଳକ ବାମଦେବପୁର ଗ୍ରାମରେ। ମୃତ ଛାତ୍ରୀ ହେଲେ ଦଶରଥପୁର ବ୍ଳକ ଯଯାତି କେଶରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ରଶ୍ମୀବାଳା ପାହିଲ। ରଶ୍ମୀ ଯାଜପୁର ମ୍ୟୁନିସିପାଲଟି ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିଲେ।

ଶେଷ ଦୁଇଟି ପରୀକ୍ଷାରେ ତାଙ୍କର ଭଲ ହୋଇ ନଥିବାରୁ ସେ ଚାପରେ ରହୁଥିବା ତାଙ୍କ ପରିବାର ବର୍ଗ ପ୍ରକାଶ କରିଛନ୍ତି। ଗତକାଲି ରାତିରେ ସେ ତାଙ୍କ ଘରେ ନିଜ ଓଢଣୀରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଯାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟ ପଠାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା