Masthead

ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ୩ ହଜାର ୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ । କପି ରୋକିବାକୁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସକାଳ ୮ରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀ ମାତୃଭାଷା ସାହିତ୍ୟ ପରୀକ୍ଷା ଦେଉଛନ୍ତି । ସକାଳ ୧୦ ଟାରେ ଶେଷ ହେବ ପରୀକ୍ଷା । ୩୨୧୮ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୩୧୬ଟି ନୋଡାଲ କେନ୍ଦ୍ର ଖୋଲାଯାଇଛି ।

ନକ୍ସଲ ପ୍ରବଣ ଅଂଚଳରେ ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି । ପ୍ରଶ୍ନ ପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ପରୀକ୍ଷା ସମୟରେ ଡ୍ୟୁଟିରେ ପଡିଥିବା ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନେ ମୋବାଇଲ ବନ୍ଦ ରଖିବେ । ମାର୍ଚ୍ଚ ୧୭ ତାରିଖ ପର୍ୟ୍ୟନ୍ତ ଏହି ପରୀକ୍ଷା ଚାଲିବ । କପି ରୋକିବାକୁ ମୋଟ୍ ୭୪ଟି ସ୍କ୍ୱାର୍ଡ ଗଠନ କରାଯାଇଛି । ୫୭ଟି ସେଂଟ୍ରାଲ ସ୍କ୍ୱାର୍ଡ ଅଚାନକ ପରୀକ୍ଷା କେନ୍ଦ୍ର ବୁଲିବେ ଓ ପରୀକ୍ଷା ସମ୍ପର୍କରେ ବୁଝିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ