ମାଟ୍ରିକ ଫର୍ମ ପୂରଣ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ପାଇଁ ଗତ ବର୍ଷ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ବର୍ତ୍ତମାନ ପିଲାମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ରାଜ୍ୟ ଶିକ୍ଷା ବିଭାଗ ତରଫରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୮ ତାରିଖରେ ରାଜ୍ୟର କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନଲାଇନ ମାଧ୍ୟମରେ ଫର୍ମ ପୂରଣ କରାଯିବ । ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ ।

ପରୀକ୍ଷା ଦେବାକୁ ଥିବା ରେଗୁଲାର, କ୍ୱାସି ରେଗୁଲାର, ଏକ୍ସ ରେଗୁଲାର, କରେସପଣ୍ଡେନ୍ସ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ମାନେ ୧୦ ତାରିଖରୁ ଫର୍ମ ଫିଲଅପ୍ କରିପାରିବେ ।ଏହା ୨୮ ତାରିଖ ଯାଏ ଚାଲିବ । ସକାଳ ୧୦ଟାରୁ ଫର୍ମ ଫିଲଅପ୍ ଆରମ୍ଭ ହେବ ।  ତେବେ ଫର୍ମ ଫିଲପ୍ ପାଇଁ ଜାନୁଆରି ୨୭କୁ ଫିସ୍ ଦାଖଲର ଶେଷ ଦିନ ରଖାଯାଇଛି । ଜାନୁଆରି ୨୮ରୁ ଫେବୃଆରି ୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଜରିମାନା ସହ ଫର୍ମ ପୂରଣ କରାଯାଇପାରିବ । ତେବେ ଜରିମାନା ସହ ଫର୍ମ ଫିଲଅପ୍‌ ଶେଷ ଦିନ ଫେବୃଆରୀ ୨ ତାରିଖ ରହିଛି । www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ