Masthead

ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ହେଉଛି ଅଫଲାଇନ ମାଟ୍ରିକ ପରୀକ୍ଷା । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଜୁନ୍ ୨୫ରେ ଘୋଷଣା ହୋଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁଣିଥରେ ପରୀକ୍ଷା ଦେବାକୁ ସୁଯୋଗ ଦିଆଯାଇଥିଲା । ତେବେ ଆଜି ରାଜ୍ୟର ମୋଟ ୧୫ହଜାର ୧୩୬ଜଣ ଛାତ୍ରଛାତ୍ରୀ ସମଗ୍ର ରାଜ୍ୟର ମୋଟ ୫୦୪ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ । କୋଭିଡ୍ ଗାଇଡଲାଇନ ସହ ପରୀକ୍ଷା ହେବ ।

ଜୁଲାଇ ୩୦ରୁ ଏହି ପରୀକ୍ଷା ଆରମ୍ଭ ହୋଇ ଅଗଷ୍ଟ ୫ ତାରିଖ ଯାଏଁ ଚାଲିବ । ତେବେ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କୋଭିଡ୍ ଗାଇଡଲାଇନ ପାଳନ କରିବାକୁ ସମସ୍ତ ଜିଲ୍ଲାକୁ ସ୍ପେଶାଲ ଅପରେଟିଂ ପ୍ରୋସିଜିଓର ପଠାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି । ପରୀକ୍ଷା କେନ୍ଦ୍ରର ଦାୟିତ୍ୱରେ ଥିବା ସମସତି ଶିକ୍ଷକ ମାନଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଛି । କେନ୍ଦ୍ର ଗୁଡ଼ିକ ସାନିଟାଇଜ ମଧ୍ୟ କରାଯାଇଛି । ଛାତ୍ରଛାତ୍ରୀଙ୍କର ମଧ୍ୟ ପରୀକ୍ଷା କେନ୍ଦ୍ରରେ ଥର୍ମାଲ ସ୍କ୍ରିନିଂ କରାଯିବ । ପରୀକ୍ଷା କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ କଟକଣା ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ