Masthead

ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ହେଉଛି ଅଫଲାଇନ ମାଟ୍ରିକ ପରୀକ୍ଷା । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଜୁନ୍ ୨୫ରେ ଘୋଷଣା ହୋଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁଣିଥରେ ପରୀକ୍ଷା ଦେବାକୁ ସୁଯୋଗ ଦିଆଯାଇଥିଲା । ତେବେ ଆଜି ରାଜ୍ୟର ମୋଟ ୧୫ହଜାର ୧୩୬ଜଣ ଛାତ୍ରଛାତ୍ରୀ ସମଗ୍ର ରାଜ୍ୟର ମୋଟ ୫୦୪ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ । କୋଭିଡ୍ ଗାଇଡଲାଇନ ସହ ପରୀକ୍ଷା ହେବ ।

ଜୁଲାଇ ୩୦ରୁ ଏହି ପରୀକ୍ଷା ଆରମ୍ଭ ହୋଇ ଅଗଷ୍ଟ ୫ ତାରିଖ ଯାଏଁ ଚାଲିବ । ତେବେ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କୋଭିଡ୍ ଗାଇଡଲାଇନ ପାଳନ କରିବାକୁ ସମସ୍ତ ଜିଲ୍ଲାକୁ ସ୍ପେଶାଲ ଅପରେଟିଂ ପ୍ରୋସିଜିଓର ପଠାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି । ପରୀକ୍ଷା କେନ୍ଦ୍ରର ଦାୟିତ୍ୱରେ ଥିବା ସମସତି ଶିକ୍ଷକ ମାନଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଛି । କେନ୍ଦ୍ର ଗୁଡ଼ିକ ସାନିଟାଇଜ ମଧ୍ୟ କରାଯାଇଛି । ଛାତ୍ରଛାତ୍ରୀଙ୍କର ମଧ୍ୟ ପରୀକ୍ଷା କେନ୍ଦ୍ରରେ ଥର୍ମାଲ ସ୍କ୍ରିନିଂ କରାଯିବ । ପରୀକ୍ଷା କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ କଟକଣା ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା