Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ , ପାସ୍ ହାର ୯୪%

କଟକ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ମାଟ୍ରିକରେ ପାସ୍ ହାର ୯୪ ପ୍ରତିଶତ । ଚଳିତ ବର୍ଷ ପରୀକ୍ଷା ଦେଇଥିଲେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ବୋର୍ଡ ଅଫିସରେ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ରେଜଲ୍ଟ ପ୍ରକାଶ ପାଇଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ  ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ ।

ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ। ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ । ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି