ଆଜି ମ୍ୟାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଅପରାହ୍ମ ୪ଟାରେ ମାଧ୍ୟମିକ ବୋର୍ଡ ଅଫିସ୍ ରେ ପ୍ରକାଶ ପାଇବ। ସନ୍ଧ୍ୟା ୬ଟା ପରେ ପରୀକ୍ଷାଫଳ ୱେବ୍ ସାଇଟ୍ ରେ ଉପଲବ୍ଧ ହେବ। ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ ।
ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ ।

ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯିବ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ ।ରାଜ୍ୟର ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରରେ ଚଳିତ ଥର ୫ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପ୍ରଶ୍ନପତ୍ର ଲିକ୍ ଓ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଥମଥର ପାଇଁ ପ୍ରଶ୍ନପତ୍ରରେ ରହିଥଲା କ୍ୟୁଆର କୋର୍ଡ । ୬୦୦ ପରୀକ୍ଷା କେନ୍ଦ୍ରରେ ସିଧାସଳଖ ଲାଇଭ୍ ଷ୍ଟ୍ରିମିଂ ହୋଇଥିଲା । ସବୁ କେନ୍ଦ୍ରରେ ଲାଗିଥିଲା ସିସିଟିଭି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!