Masthead

ଅଧା ରହିଗଲା ମାଟ୍ରିକ ପରୀକ୍ଷା; ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର

ସୋର(ବଡ଼ ଖବର ବ୍ୟୁରୋ): ପରୀକ୍ଷା ଦେବାକୁ ବାହାରିବା ବେଳେ ଟଳିପଡ଼ିଲେ ଛାତ୍ର । ଏଭଳି ଦୁଃଖଦ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ବରିପଦା ଗାଁରେ । ଆଜି ମାଟ୍ରିକ ପରୀକ୍ଷା ଦେବାକୁ ବାହାରୁଥିବା ବେଳେ ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର । ପରିବାର ଲୋକେ ସୋର ଡ଼ାକ୍ତରଖାନାକୁ ଆଣିଥିଲେ ମାତ୍ର ସେଠାରେ ଡାକ୍ତର ଛାତ୍ର ଜଣଙ୍କର ମୃତ୍ୟୁ ହୋଇଛି । ଛାତ୍ରଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବାହାନଗା ବ୍ଲକ ବାରିପଦାରେ ଗ୍ରାମର କୈଳାଶ ଚନ୍ଦ୍ର ମାଝୀଙ୍କ ପୁଅ ଚନ୍ଦ୍ର ଶେଖର ମାଝୀ  ନିକଟସ୍ଥ ଆରୁହାବାଡ଼ ହାଇସ୍କୁଲରେ ପଢନ୍ତି।

ଗତ ତିନିଦିନ ତଳେ ଘର ପାଖରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେହିଦିନ ରାତିରେ ପେଟ ଯନ୍ତ୍ରଣା ହେବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରୁ ସାମାନ୍ୟ ସୁସ୍ଥତା ଅନୁଭବ କରିବା ପରେ ଘରକୁ ଯାଇଥିଲେ। ମାତ୍ର ପେଟ ବ୍ୟଥା କମିନଥିବା ବେଳେ ଆଜି ମ୍ୟାଟ୍ରିକ ପରୀକ୍ଷା ଦେବା ପାଇଁ ବାହାରିବା ବେଳେ ତଳେ ପଡିଯାଇଥିଲେ। ପରିବାର ଲୋକେ ଛାତ୍ରଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ସୋର ପୋଲିସ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା