Masthead

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ  (ବଡ଼ ଖବର ବ୍ୟୁରୋ): ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ 3457 ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ 1944 ଜଣ ଛାତ୍ର ପାସ କରିଛନ୍ତି। ପାସ ହାର 56.23 ଶତକଡା ରହିଛି। ସେହିପରି ଓପନ ସ୍କୁଲ ଦ୍ୱିତୀୟ ପରୀକ୍ଷା 10, 809 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ 5973 ଜଣ ଛାତ୍ରଛାତ୍ରୀ ପାସ କରିଛନ୍ତି। ଓପନ ସ୍କୁଲ ଦ୍ୱିତୀୟର ପାସ ହାର ରହିଛି 55.26 ଶତକଡା। ଆଜି ଦିନ 2ଟା ପରେ ଛାତ୍ର ଛାତ୍ରୀ ମାନେ ଅନ ଲାଇନ ରେ ତାଙ୍କ ରେଜଲ୍ଟ ଜାଣି ପାରିବେ।

ଏହା ସହ ଛାତ୍ର ଛାତ୍ରୀମାନେ ମୋବାଇଲ ମାଧ୍ୟମରେ sms କରି ରେଜଲ୍ଟ ଜାଣି ପାରିବେ। ଆସନ୍ତା ସୋମବାର ଦିନ ଛାତ୍ରଛାତ୍ରୀମାନେ ସେମାନଙ୍କର ଡିଜିଟାଲ ସାର୍ଟିଫିକେଟ ନେଟରୁ ଡାଉନଲୋଡ କରିପାରିବେ। ଏକ ମାସ ପରେ ବିଦ୍ୟାଳୟରୁ ସାର୍ଟିଫିକେଟର ହାର୍ଡ କପି ଛାତ୍ରଛାତ୍ରୀମାନେ ସଂଗ୍ରହ କରିପାରିବେ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡର ସଭାପତି ଶ୍ରୀକାନ୍ତ ତାରାଇ।

ଗତ ଜୁନ ୩୦  ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷା ଜୁଲାଇ ୧୦ ତାରିଖରେ ଶେଷ ହୋଇଥିଲା। ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ରେଜଲ୍ଟ ପ୍ରୋସେସିଂ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ