Masthead

ବାତିଲ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନାର ଭୟ ଭିତରେ ଆଜି ଏକ ବଡ଼ ଖବର ସାମ୍ନାକୁ ଆସିଛି । ମାଟ୍ରିକ ପରୀକ୍ଷାକୁ ରାଜ୍ୟ ସରକାର ବାତିଲ କରିଦେଇଛନ୍ତି । ସିବିଏସଇ ଓ ସିଆଇଏସସିଇ ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ ଓଡ଼ିଶା ସରକାର ମଧ୍ୟ ସମାନ ପନ୍ଥା ଆପଣାଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି । ଏନେଇ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି । ପୂର୍ବରୁ ରାଜ୍ୟ ସରକାର ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିଥିଲେ ହେଁ ଏହାକୁ ନେଇ ଛାତ୍ରଛାତ୍ରୀ ପ୍ରଶ୍ନ ଉଠାଇଥିଲେ ।

ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ତାର କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ହେବାକୁ ଥିବା ବିଭିନ୍ନ ପରୀକ୍ଷାକୁ ସ୍ଥଗିତ କରାଯାଇଛି । କିଛି ଦିନ ପୂର୍ବରୁ ଦଶମ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଥିଲା । ଗତକାଲି ନବୀନ ନିବାସ ସମ୍ମୁଖରେ ଏବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପହଞ୍ଚିଥିଲେ । ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବା ପାଇଁ ଛାତ୍ରଛାତ୍ରୀ ପହଞ୍ଚିଥିଲେ । ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ଘୋଷଣା କରିବାକୁ ଦାବି କରିଥିଲେ । ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଥିଲେ । କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଥିଲେ ।

ମଙ୍ଗଳବାର ଆଇସିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଥିଲା । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସିଆଇଏସସିଇ ନିଷ୍ପତ୍ତି ବଦଳାଇଥିଲା । ଏପ୍ରିଲ ୧୬ରେ ଆଇସିଏସଇ ଦଶମ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଥିଲା । ନିଷ୍ପତ୍ତି ବଦଳାଇ ସିଆଇଏସସିଇ ପକ୍ଷରୁ ଆଇସିଏସଇ ଦଶମ ପରୀକ୍ଷାକୁ ବାତିଲ କରାଯାଇଥିଲା । ମାତ୍ର ଆଇଏସସି ଦ୍ୱାଦଶ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ଏବେ ବି କାଏମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା