Masthead

ମେ’ ୩ରୁ ମ୍ୟାଟ୍ରିକ୍‌ ପରୀକ୍ଷା, ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ

କଟକ (ବଡ଼ ଖବର ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ପରିଷଦର ବିଜ୍ଞପ୍ତି ଜାରି । ଏହି ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ମେ’ ୧୫ ଯାଏ ଚାଲିବ । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା ଓ ଶେଷ ହେବ ୧୦ଟାରେ । ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ହେବ,୫ରେ ଇଂଲିଶ, ୭ରେ ହିନ୍ଦୀ, ୮ରେ ସଂସ୍କୃତ, ୧୦ରେ ଗଣିତ,୧୨ରେ ବିଜ୍ଞାନ ଓ ୧୫ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ଉଭୟ ରେଗୁଲାର ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଗୋଟିଏ ପ୍ରଶ୍ନପତ୍ର ରହିଥିବ । ତେବେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ ମିଳିବ। ଅର୍ଥାତ ୧୦ଟା ୧୫ରେ ପରୀକ୍ଷା ସରିବ । ୭ଟା ୪୫ରେ ଉଭୟ ଅବ୍‌ଜେକ୍ଟିଭ ଓ ସବ୍‌ଜେକ୍ଟିଭ ପ୍ରଶ୍ନପତ୍ର ବଣ୍ଟାଯିବ। ଅବ୍‌ଜେକ୍ଟିଭ୍‌ ସକାଳ ୮ଟାରୁ ୯ଟା ଓ ସବ୍‌ଜେକ୍ଟିଭ ୯ଟାରୁ ୧୦ଟା ଯାଏ ହେବ। ଓଏମଆରରେ ଅବ୍‌ଜେକ୍ଟିଭ ଓ ବୁକ୍‌ଲେଟରେ ସବ୍‌ଜେକ୍ଟିଭ ଉତ୍ତର ଲେଖିବେ ଛାତ୍ରଛାତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ